-
34ºc, Sunny
-
Wednesday, 2nd Jul, 2025
ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ।
ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ସେ କହିଥିଲେ, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ ହେବାର କିଛି ନାହିଁ। ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି। ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି, ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ।
Fans
Fans
Fans
Fans